କଟକ : କରୋନା ଲଢ଼େଇ ପାଇଁ ସହାୟତାର ହାତ ବଢ଼ାଇଛି ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (ଓସିଏ) । ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ କୋଟି ଟଙ୍କା ପ୍ରଦାନ କରାଯାଇଛି । ଆଜି ଅପରାହ୍ନରେ ଓସିଏ ତରଫରୁ ସମ୍ପାଦକ ସଞ୍ଜୟ କୁମାର ବେହେରା ଏହି ଅର୍ଥ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ କରିଥିଲେ ।
କୋଭିଡ-୧୯ ଚିକିତ୍ସା ପାଇଁ ଏହି ଅର୍ଥ ପ୍ରଦାନ କରାଯାଇଛି । କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କୁ ଆଜି ସେ କୋଟିଏ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି ।