Odia News Portal

ଆମ୍ବୁଲାନ୍ସ ସହ ଟ୍ରକର ମୁହାଁମୁହିଁ ଧକ୍କା

ଯାଜପୁର :  ପୁରୀରୁ ଶବ ସଂସ୍କାର କରି ଫେରୁଥିବା ଏକ ଆମ୍ବୁଲାନ୍ସ ସହ ଟ୍ରକର ମୁହାଁମୁହିଁଧକ୍କା । ଫଳରେ ଆମ୍ବୁଲାନ୍ସ ଡ୍ରାଇଭର ସମେତ ୬ଜଣ ଗୁରୁତର ଭାବେ ଆହତ । ଘଟଣା ଘଟିଛି ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥର ଭାଲୁଖାଇ ଛକ ନିକଟରେ ।

ସମସ୍ତ ଆହତ ଭଦ୍ରକ କେନ୍ଦୁଆପଦା ଅଂଚଳର ବୋଲି ଜଣାପଡିଛି । ପୁରୀରୁ ଏମାନେ ସଂପର୍କୀୟଙ୍କ ଶବ ସତ୍କାର କରି ଭଦ୍ରକ ଅଭିମୁଖେ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ସହ ଭାରସାମ୍ୟ ହରାଇ ମୁହାଁମୁହିଁ ଧକ୍କା ହୋଇଥିଲା ।

ଦୁର୍ଘଟଣା ପରେ ଗୁରୁତର ଆହତମାନଙ୍କୁ ଆମ୍ବୁଲାନ୍ସ ଭିତରୁ ବାହାର କରି ନିକଟସ୍ଥ ଧର୍ମଶାଳା ମେଡିକାଲରେ ଭର୍ତି କରାଯାଇଛି । ସେଠାରେ ତାଙ୍କର ପ୍ରାଥମିକ ଚିକିତ୍ସା କରାଯାଉଛି । ଧର୍ମଶାଳା ପୋଲିସ ଘଟଣାସ୍ଥଳରେ ପହଂଚି ଦୁର୍ଘଟଣାଗ୍ରସ୍ତ ଗାଡି ଦୁଇଟିକୁ ଜବତ କରି ତଦନ୍ତ ଚଳାଇଛି ।