ଭୁବନେଶ୍ୱର : ବରିଷ୍ଠ ବିଜେଡି ନେତା ବେଦପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତ। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ପରଲୋକ ଘଟିଛି। ଗତକିଛି ଦିନ ଧରି ଗୁରୁତର ଅସୁସ୍ଥ ଥିଲେ। ପାଟକୁରା ବିଧାନସଭା ଆସନରେ ବିଜେଡିର ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଥିଲେ ବେଦପ୍ରକାଶ। ପୂର୍ବରୁ ପାଟକୁରାରୁ ଦୁଇ ଦୁଇଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସମୁଦାୟ ୬ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ବେଦପ୍ରକାଶ। କେନ୍ଦ୍ରାପଡ଼ା ଆସନରୁ ୪ଥର ଓ ପାଟକୁରା ଆସନରୁ ୨ଥର ନିର୍ବାଚିତ ହୋଇଥିଲେ। ବିଜୁ ପଟ୍ଟନାୟକ ସରକାରରେ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ନିର୍ବାହ କରିଥିଲେ।