ଭୁବନେଶ୍ୱର: ବାତ୍ୟା ପାଇଁ ଭୟଭୀତ ନହୋଇ ସତର୍କ ରହିବାକୁ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଫନି ପାଇଁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆଲର୍ଟ ଜାରି କରାଯାଇଛି । ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ରହିଛି । ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ରହିଛି । ସେହିଭଳି ଲୋକଙ୍କୁ ରିଲିଫ୍ ବଣ୍ଟନ ପାଇଁ ମଧ୍ୟ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଲୋକଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲ୍ଲାରେ ଏନ୍ଡିଆର୍ଏଫ୍ ଟିମ୍ ମୁତୟନ କରାଯାଇଛି । ବାତ୍ୟା ସହ ମୁକାବିଲା ପ୍ରଶାସନର ସମସ୍ତ ପ୍ରକାର ପ୍ରସ୍ତୁତି କରି ସାରିଛି । ତେଣୁ ଲୋକମାନଙ୍କୁ କୌଣସି ପ୍ରକାର ଭୟଭୀନ ହେବା ଆବଶ୍ୟକ ନାହିଁ ବୋଲି କହିଛନ୍ତି ନବୀନ ।