Odia News Portal

ରାଜ୍ୟରେ ଆଉ ୫ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ : ସଂଖ୍ୟା ୧୫୪କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଆଉ ୫ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ଯାଜପୁରରୁ ପୁଣି ୫ ଜଣ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୫୪କୁ ବୃଦ୍ଧିହୋଇଛନ୍ତି । ଏହି ସମସ୍ତ ଆକ୍ରାନ୍ତ ଯାଜପୁର ଜିଲ୍ଲାର ବୋଲି ସୂଚନା ମିଳିଛି । ଏହି ୫ ଜଣଙ୍କ ମଧ୍ୟରେ ୩ ଜଣ ପୁରୁଷ ଓ ଦୁଇ ଜଣ ମହିଳା ରହିଛନ୍ତି ଏବଂ ଏମାନେ ସମସ୍ତେ କୋଲକାତା ଫେରନ୍ତା ।

ବର୍ତ୍ତମାନ ଯାଜପୁରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି । ଓଡିଶାରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୪ ରେ ପହଞ୍ଚିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି ।