Odia News Portal

ରାଜ୍ୟରେ ଆଉ ଏକ କରୋନା ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା ୩ରେ ପହଞ୍ଚିଛି। ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ପୂର୍ବରୁ ଅନ୍ୟ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିଲା । ମୃତକ ଦୁଇ ଜଣ ଜଣ ଖୋର୍ଦ୍ଧାର ଥିଲେ।

ସେପଟେ ଅନୁଗୁଳରେ ପଶିଲା କରୋନା । ରାଜ୍ୟରେ ଆଉ ନୂଆ ୫୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରେ ୧୩ଜଣ ଆକ୍ରାନ୍ତ ଅଛନ୍ତି । ଗଞ୍ଜାମ ଜିଲ୍ଲାରେ ନୂଆ ୨୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରେ ମୋଟ ପଜିଟିଭ୍‌ଙ୍କ ସଂଖ୍ୟା ୧୧୮କୁ ବୃଦ୍ଧି ପାଇଛି । ବାଲେଶ୍ୱରରେ ୧୫ ଓ ଅନୁଗୁଳରେ ୧୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱରରେ ସଂକ୍ରମିତଙ୍କ ସଂଖ୍ୟା ୪୨କୁ ବୃଦ୍ଧି ପାଇଛି।