Odia News Portal

ରାଜ୍ୟର ୧୯ଟି ଜିଲ୍ଲାରୁ ଆଉ ୧୨୯ କରୋନା ପଜିଟିଭ୍‌ ଚିହ୍ନଟ୍

ଭୁବନେଶ୍ୱର : କରୋନା ବିସ୍ତାର କମିବାର ନାଁ ନେଉନି । ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି । ଆଜି ରାଜ୍ୟରେ ୧୯ଟି ଜିଲ୍ଲାରୁ ଆଉ ୧୨୯ ଜଣ କରୋନା ପଜିଟିଭ ଚିହ୍ନଟ୍ ହୋଇଛି। ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୪୮କୁ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି।

ଆଜି ରାଜ୍ୟର ୧୯ଟି ଜିଲ୍ଲାରୁ ୧୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୯ଜଣ କ୍ବାରେଣ୍ଟାଇନ ସେରଣ୍ଟରୁ ଚିହ୍ନଟ ହୋଇଥିବା ବେଳେ ୧୦ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲାରୁ ସର୍ବାଧିକ ୧୮ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲରୁ ୧୬ଜଣ, ନୂଆପଡ଼ା ଜିଲ୍ଲରୁ ୧୨ଜଣ , ବଲାଙ୍ଗୀର ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଓ ଯାଜପୁର ଜିଲ୍ଲରୁ ୧୦ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ବାଲେଶ୍ବର, ସୁନ୍ଦରଗଡ଼, ମୟୂରଭଞ୍ଜ, ବରଗଡ଼ ଜିଲ୍ଲାରୁ ୬ଜଣ ଲୋଖାଏଁ ଆକ୍ରାନ୍ତ ରହିଛନ୍ତି। କଟକ ଜିଲ୍ଲରୁ ୫ଜଣ, ପୁରୀ, ଦେବଗଡ଼ ଜିଲ୍ଲାରୁ ୪ଜଣ ଲୋଖାଏଁ ଆକ୍ରାନ୍ତ ରହିଛନ୍ତି। କେନ୍ଦୁଝର ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ମାଲକାନଗିର, ଢ଼େଙ୍କାନାଳ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲୋଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮୮୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।