Odia News Portal

ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା, ୧୬ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି

ଭୁବନେଶ୍ୱର : ବିହାର ଓ ଛତିଶଗଡ଼ ଉପରେ ସୃଷ୍ଟ ଟ୍ରପଲାଇନ ଯୋଗୁଁ ରାଜ୍ୟରେ ବର୍ଷା ସମ୍ଭାବନା । ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି। ଏନେଇ ସତର୍କ କରାଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।

ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଟ୍ରପ୍ ଲାଇନ୍ ପ୍ରଭାବରେ ୧୬ ଜିଲ୍ଲାରେ ଝଡବର୍ଷା ସହ ବଜ୍ରପାତ ସମ୍ଭାବନା। ୟେଲୋ ୱାର୍ଣିଂରେ ଥିବା ଜିଲ୍ଲାଗୁଡ଼ିକ ହେଲା- କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୁବର୍ଣ୍ଣପୁର, ବାଲେଶ୍ୱର, ଢେଙ୍କାନାଳ ଓ କଟକ। ଏହିସବୁ ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ଆଶଙ୍କା ରହିଛି।

ସେହିପରି କଳାହାଣ୍ଡି, ବରଗଡ଼, ସୁବର୍ଣ୍ଣପୁର, ଦେବଗଡ଼, ମୟୂରଭଞ୍ଜ ଓ ବଲାଙ୍ଗିର ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ସହ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।