ଭୁବନେଶ୍ୱର: ବାତ୍ୟା ଅମ୍ଫାନ କ୍ଷୟକ୍ଷତିର ସମୀକ୍ଷା କରିବା ପାଇଁ ଆନ୍ତଃ ମନ୍ତ୍ରୀସ୍ତରୀୟ କେନ୍ଦ୍ରୀୟ ଟିମ୍ ଭୁବନେଶ୍ୱର ରେ ପହଞ୍ଚିଛନ୍ତି। କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ଶ୍ରୀ ପ୍ରକାଶଙ୍କ ନେତୃତ୍ୱରେ ୭ ଜଣିଆ ଟିମ ୪ଟି ଜିଲ୍ଲା ଗସ୍ତ କରିବେ । ୪ଜିଲ୍ଲା ହେଉଛି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ।
ଆସନ୍ତାକାଲି ଏହି କେନ୍ଦ୍ରୀୟ ଟିମ୍ ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଗସ୍ତ କରିବେ । ସେହପରିି ୫ଜୁନରେ ଭଦ୍ରକ ଓ ଜଗତସିଂହପୁର ଜିଲ୍ଳା ଗସ୍ତ କରି ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିବେ କେନ୍ଦ୍ରୀୟ ଟିମ୍ । ଏହାପରେ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରିବେ।
