ଭୁବନେଶ୍ୱର : ଢେଙ୍କାନାଳ ଅଳସୁଆ ହାଟରେ କାନ୍ଥପଡି ୪ ଜଣଙ୍କ ମୃତ୍ୟୁ ହେବା ଘଟଣାରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ।
ମୃତକଙ୍କ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ପ୍ରତି ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଏହି ରାଶି ଦେବାକୁ ନିର୍ଦ୍ଦେଶ ରହିଛି ।