Odia News Portal

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ପରଲୋକ

ଭୁବନେଶ୍ୱର : ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କର ଆଜି ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଗତ ନିର୍ବାଚନ ବେଳେ ସେ ବିଜେଡି ଛାଡି ବିଜେପିରେ ଯୋଗ ଦେଇଥିଲେ ।

୧୯୭୧ ମସିହାରେ ସେ ଭଦ୍ରକ ଲୋକ ସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବିଜୟ ଲାଭ କରିଥିଲେ । ଏହାପରେ ୧୯୮୦ ମସିହାରେ ପୁଣି ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୯୧ ମସିହାରେ ଜନତା ଦଳ ଟିକେଟରେ ଭଦ୍ରକରୁ ପୁଣି ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୯୮ ,୧୯୯୯, ୨୦୦୪ ଓ ୨୦୦୯ ମସିହାରେ ସେ ଭଦ୍ରକରୁ ବିଜୁ ଜନତା ଦଳ ଟିକେଟରେ ଲୋକ ସଭା ସାସଂଦ ଭାବେ ନିର୍ବାଚିତ ହୋଇଥିଲେ । ୨୦୦୦ରୁ ୨୦୦୪ ମସିହା ଯାଏଁ ସେ ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ଜଳ ସମ୍ପଦ ମନ୍ତ୍ରୀ ଥିଲେ ।