ଭୁବନେଶ୍ଵର : ରାଜ୍ୟରେ ୩୯୦ କରୋନା ଆକ୍ରାନ୍ତ ସୁସ୍ଥ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି। ରାଜ୍ୟରେ ଆଜି ୩୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ ୧୦୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକରୁ ୭୧, ମୟୁରଭଞ୍ଜରୁ ୩୮, ସୁନ୍ଦରଗଡ଼ରୁ ୩୮, ଯାଜପୁରରୁ ୨୫, ନବରଙ୍ଗପୁରରୁ ୨୪ ଜଣ, ସମ୍ବଲପୁରରୁ ୨୨ ଜଣ, ଖୋର୍ଦ୍ଧାରୁ ୧୫ ଜଣ, ବାଲେଶ୍ୱରରୁ ୯ ଜଣ, ବରଗଡ଼ରୁ ୬ ଜଣ ସୁସ୍ଥ ହୋଇଛନ୍ତି ।
ସେହିପରି ଅନୁଗୁଳ, କଳାହାଣ୍ଡି ଓ କେନ୍ଦ୍ରାପଡ଼ାରୁ ୫ ଜଣ ଲେଖାଏ ସୁସ୍ଥ ହୋଇଥିବା ବେଳେ , ଜଗତସିଂହପୁର ଓ କୋରାପୁଟରୁ ୪ ଜଣ, ଭଦ୍ରକ, ବୌଦ୍ଧ ଏବଂ କେନ୍ଦୁଝରରୁ ୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ସେହିଭଳି ନୟାଗଡ଼ ଓ ପୁରୀରୁ ୨ ଜଣ ଲେଖାଏଁ ମଧ୍ୟ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥଙ୍କ ମିଶାଇ ବର୍ତ୍ତମାନ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ପହଞ୍ଚିଲା ୮୭୫୦ରେ ।