ଭୁବନେଶ୍ୱର : ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଭାଗ । ସେହିପରି ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଭାଗ ଏହିସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।