Odia News Portal

ଆଜି ସୁସ୍ଥ ହେଲେ ଆଉ ୭୨୮ କୋରୋନା ଆକ୍ରାନ୍ତ

ଭୁବନେଶ୍ୱର : ଓଡ଼ିଶାରେ କୋରୋନା ଭୂତାଣୁ କ୍ରମାଗତ କାୟା ବିସ୍ତାର କରି ଚାଲିଛି । ପ୍ରତିଦିନ ହଜାର ହଜାର ସଂଖ୍ୟାରେ କୋରୋନା ଆକ୍ରାନ୍ତ ଚିହ୍ନଟ ହେବାରେ ଲାଗିଛି । ଏହାସହ ପ୍ରତିଦିନ ବଢ଼ି ବଢ଼ି ଚାଲିଛି କୋରୋନା ଜନିତ ମୃତ୍ୟୁ ସଂଖ୍ୟା ।

ଯାହା ସମଗ୍ର ରାଜ୍ୟରେ ଆତଙ୍କ ସୃଷ୍ଟି କରିଛି । ଏହି ସମୟରେ ରାଜ୍ୟବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଏହା ଯେ, ରାଜ୍ୟରେ ଆଜି ୭୨୭ ନୂଆ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୫,୯୨୮ ସଂକ୍ରମିତ ଏହି ମହାମାରୀ ଭୂତାଣୁକୁ ମାତ୍ ଦେବାରେ ସଫଳ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି ।