ଗୁଜୁରାଟ: କୋଭିଡ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ। ଗୁଜୁରାଟ ଅହମ୍ମଦାବାଦର ଶ୍ରେୟ ହସ୍ପିଟାଲରେ ନିଆଁ ଲାଗି ୮ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ଖବର ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ । ତେବେ ଅଗ୍ନିଶମ ବାହିନୀ ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଁଚି ପାଖାପାଖି ୪୦ଜଣ ରୋଗୀଙ୍କୁ ଉଦ୍ଧାର କରିଥିବା ଜଣାପଡିଛି। ସେମାନଙ୍କୁ ସୁରକ୍ଷିତ ଭାବେ ଅନ୍ୟ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁଯାୟୀ, ଉକ୍ତ ମେଡିକାଲରେ ପ୍ରାୟ ୫୦ଜଣ କରୋନା ରୋଗୀ ଚିକିତ୍ସିତ ହେଉଥିଲେ। ଗତକାଲି ରାତି ୩ଟାରେ ସର୍ଟ ସର୍କିଟ କାରଣରୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ପ୍ରଥମେ ICUରୁ ନିଆଁ ଲାଗିଥିଲା। ଚାହୁଁ ଚାହୁଁ ପୁରା ହସ୍ପିଟାଲକୁ ବ୍ୟାପିଯାଇଥିଲା। ଅଗ୍ନିକାଣ୍ଡରେ ମେଡିକାଲରେ ଅଲେକ କ୍ଷୟକ୍ଷତି ହୋଇଛି।
ସେପଟେ ଅଗ୍ନିକାଣ୍ଡ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅଗ୍ନିକାଣ୍ଡରେ ମୃତକ ପରିବାରଙ୍କୁ ସମବେଦନା ଜଣାଇଛନ୍ତି। ଆହତ ବ୍ୟକ୍ତିମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ଆହତ ମାନଙ୍କୁ ସମସ୍ତ ପ୍ରକାର ସାହାଯ୍ୟ ଯୋଗାଇ ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି।