Odia News Portal

ଭିଜିଲାନ୍ସ ଜାଲରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ୱତନ୍ତ୍ର ସଚିବ

ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ୱତନ୍ତ୍ର ସଚିବ । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଅଜୟ କୁମାର ଦାସଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ବିଭାଗ । ୫ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି ।

ଭୁବନେଶ୍ୱର ସ୍ଥିତ ଟଙ୍କପାଣି ରୋଡରେ ରେଡ, ପଟିଆ ସ୍ଥିତ ଫ୍ଲାଟ୍‌ ଏବଂ ବାଲେଶ୍ୱର, ପୁରୀ ଓ ନୂଆଗାଁ ସ୍ଥିତ ଘରେ ବି ଚଢାଉ ଜାରି ରହିଛି ।