Odia News Portal

ନବରଙ୍ଗପୁର ୩ ଦିନ ସଟ୍‌ଡାଉନ୍‌

ନବରଙ୍ଗପୁର :  ନବରଙ୍ଗପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ି ଚାଲିଛି। ଦିନକରେ ୪୩ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ନବରଙ୍ଗପୁର ଜିଲ୍ଲା ୩ ଦିନ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନା ଆକ୍ରାନ୍ତ ଚିହ୍ନଟ ପରେ ଏହି ପଦକ୍ଷେପ ନିଆଯାଇଛି। ନବରଙ୍ଗପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।