ଭୁବନେଶ୍ୱର : ଭୁବନେଶ୍ୱରରୁ ଆଉ ୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ। କ୍ୱାରାଣ୍ଟାଇନ୍ରୁ ୧୫୩ ଜଣ ଆକ୍ରାନ୍ତ ଥିବାବେଳେ ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୨। ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ଭୁବନେଶ୍ୱରରେ ୭ହଜାର୧୧୫କୁ ବୃଦ୍ଧି ଘଟିଛି। ଚନ୍ଦକା ବିସ୍କୁଟ୍ କାରଖାନାରୁ ୨୮ କର୍ମଚାରୀ ଚିହ୍ନଟ ହୋଇଛନ୍ତି। ଏହାସହ କରୋନାରୁ ଆଉ ୧୫୮ଜଣ ଆରୋଗ୍ୟ ମଧ୍ୟ ହୋଇଛନ୍ତି ।
ଉଲ୍ଲେଖନୀୟ ଯେ , ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୨୮୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ଓଡିଶାରେ ୯ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତଙ୍କ ମଧ୍ୟରେ କଟକରୁ ୩ ଜଣ, ସୁନ୍ଦରଗଡ଼ରୁ ୨ ଜଣ, ବଲାଙ୍ଗୀର, ଗଞ୍ଜାମ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ କରୋନରେ ପ୍ରାଣ ହରାଇଛନ୍ତି।