Odia News Portal

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ବର : ଦୁଇ ଦିନର ବୀରତି ପରେ ଆଜି ଠାରୁ ପୁଣି ବର୍ଷିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।  ପଶ୍ଚିମ ମଧ୍ୟପ୍ରଦେଶରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପୁଣି ବର୍ଷିବାର ସମ୍ଭାବନା ରହିଛି। ୯ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିସବୁ ଜଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଗଜପତି ଜିଲ୍ଲା।  କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାକୁ ମଧ୍ୟ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର ଓ ମୟୂରଭଞ୍ଜର କିଛି ସ୍ଥାନରେ ପ୍ରବଳ ବର୍ଷିବ ବୋଲି ଆକଳନ କରିଛି  ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ। । ୧ ତାରିଖରେ ୮ ଜିଲ୍ଲା ପାଇଁ ପାଣିପାଗ ବିଭାଗ ତରଫରୁ  ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି ।

୨ ତାରିଖ ଦିନ ବରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ ଓ ମାଲକାନଗିରିର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ଏହି ୩ ଦିନ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହୋଇଯାଇଛି। ବିଶେଷ କରି ଢେଙ୍କାନାଳ, ରାୟଗଡ଼ା, କେନ୍ଦୁଝର, ନବରଙ୍ଗପୁର, ଅନୁଗୁଳ, ବରଗଡ଼ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇଥିବା ସୂଚନା ମିଳିଛି।