ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ଆସନ୍ତା ୪ ତାରିଖରୁ ରାଜ୍ୟରେ ବର୍ଷା ଲାଗି ରହିବ । ଉତ୍ତର ପୂର୍ବ ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ଲଘୁଚାପ ୪ ତାରିଖ ବେଳକୁ ଅଧିକ ଘନୀଭୂତ ହେବ । ଫଳରେ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିଭଳି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ମାଲାକାନଗିରି ଓ ମୟୁରଭଞ୍ଜରେ ପ୍ରବଳ ବର୍ଷା ହେବ । ୨ ରୁ ୩ ଦିନ ଯାଏଁ କୋରାପୁଟ, ମାଲକାନଗିରି, ଭଦ୍ରକ, କେନ୍ଦୁଝର, କେନ୍ଦ୍ରାପଡ଼ା ଓ ଝାରସୁଗୁଡା ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
