Odia News Portal

ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ୍‌ ଗୌରଙ୍କ ପରଲୋକ

ଭୋପାଳ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ବିଜେପି ନେତା ବାବୁଲାଲ୍‌ ଗୌରଙ୍କ ପରଲୋକ । ଆଜି ସକାଳେ ଭୋପାଳ ଠାରେ  ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। କିଛି ଦିନ ଧରି ଅସୁସ୍ଥ ଥିବା ଗୌର ଭୋପାଳସ୍ଥିତ ନର୍ମଦା ହସ୍ପିଟାଲ୍‌ରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ରକ୍ତଚାପ କମି ଯିବାରୁ ଗତ ସପ୍ତାହରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେବେ ଠାରୁ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଜଟିଳ ହୋଇଯିବାରୁ ତାଙ୍କୁ ଭେଣ୍ଟିଲେଟର୍‌ରେ ରଖାଯାଇଥିଲା।