Odia News Portal

୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଆସନ୍ତୁ ଜାଣିବା

ଭୁବନେଶ୍ବର : ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୪ ଜିଲ୍ଲା ହେଲା ଗଜପତି, ରାୟଗଡା, କୋରାପୁଟ ଏବଂ ମାଲକାନଗିରି । ଏହି ସବୁ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ।