ଭୁବନେଶ୍ୱର: ଆଜିଠାରୁ ଯୁକ୍ତ ୨ ପ୍ରାକ୍ଟିକାଲ୍ ପରୀକ୍ଷା ଆରମ୍ଭ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଥିବା ବେଳେ କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ୍ ବ୍ୟବସ୍ଥା ହୋଇଛି। ଚଳିତବର୍ଷ ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ପ୍ରାକ୍ଟିକାଲ୍ ପରୀକ୍ଷା ପାଇଁ ୧୦୯୧ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ଚଳିତ ବର୍ଷ ଯୁକ୍ତ ୨ରେ ୩ଲକ୍ଷ ୬୭ହଜାର ୫ଶହ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୨ଲକ୍ଷ ୬୧ହଜାର ୫ଶହ ଛାତ୍ରଛାତ୍ରୀ ପ୍ରାକ୍ଟିକାଲ୍ ପରୀକ୍ଷା ଦେବେ। ଫେବୃୟାରୀ ୮ରେ ପ୍ରାକ୍ଟିକାଲ୍ ପରୀକ୍ଷା ଶେଷ ହେବ । ସେପଟେ ମାର୍ଚ୍ଚ ୭ରେ ଯୁକ୍ତ ୨ ଥିଓରୀ ପରୀକ୍ଷା ଆରମ୍ଭ ହେବ।