Odia News Portal

କରୋନା କଟକଣା ଭିତରେ ଗଡ଼ିବ ପାସେଞ୍ଜର/ମେମୁ ଟ୍ରେନ୍‌

ଭୁବନେଶ୍ବର: କରୋନା କଟକଣା ମଧ୍ୟରେ ଆସିଲା ଯାତ୍ରୀଙ୍କ ପାଇଁ ଖୁସି ଖବର। ପାସେଞ୍ଜର/ମେମୁ ଟ୍ରେନ୍‌ ଚଳାଚଳ ହେଉ ନ ଥିବାରୁ ଯାତ୍ରୀ ହଇରାଣ ହେଉଥିବା ନେଇ ଖବର ପ୍ରକାଶ ପାଇବା ପରେ ପୂର୍ବତଟ ରେଳପଥ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ।ଭୁବନେଶ୍ୱର-କେନ୍ଦୁଝରଗଡ଼-ଭୁବନେଶ୍ବର ଓ ପୁରୀ-ଅନୁଗୁଳ-ପୁରୀ ମଧ୍ୟରେ ମେମୁ ଟ୍ରେନ୍ ଚଳାଚଳ କରିବ। ଏଥିସହ ପୁରୀ-ହାଟିଆ, ପୁରୀ-ସମ୍ବଲପୁର ଓ ପୁରୀ-ପାରାଦୀପ ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଲାଇବାକୁ ମଧ୍ୟ ସ୍ଥିର ହୋଇଛି । ଭୁବନେଶ୍ୱର-କେନ୍ଦୁଝରଗଡ଼ ମେମୁ ମାର୍ଚ୍ଚ ୩୦ରୁ ଅପରାହ୍ନ ୪ଟା ୩୫ରେ ଭୁବନେଶ୍ୱରରୁ ଛାଡ଼ି ରାତି ୯ଟା ୩୫ରେ କେନ୍ଦୁଝରଗଡ଼ରେ ପହଞ୍ଚିବ ।

କେନ୍ଦୁଝରଗଡ଼-ଭୁବନେଶ୍ୱର ମେମୁ ସକାଳ ୬ଟା ୩୦ରେ କେନ୍ଦୁଝରଗଡ଼ରୁ ବାହାରି ପୂର୍ବାହ୍ନ ୧୧ଟା ୫ରେ ଭୁବନେଶ୍ୱରରେ ପହଞ୍ଚିବ।ସେହିପରି ପୁରୀ-ଅନୁଗୋଳ ମେମୁ ଏପ୍ରିଲ ୫ରୁ ଅପରାହ୍ଣ ୪ଟା ୪୫ରେ ପୁରୀରୁ ବାହାରି ରାତି ୯ଟା ୩୦ରେ ପହଞ୍ଚିବ । ଅନୁଗୋଳ-ପୁରୀ ମେମୁ ସକାଳ ୫ଟା ୪୫ରେ ଅନୁଗୋଳରୁ ବାହାରି ପୂର୍ବାହ୍ନ ୧୦ଟା ୨୦ରେ ପୁରୀରେ ପହଞ୍ଚିବ । ଅନ୍ୟପକ୍ଷରେ ପୁରୀ-ହାଟିଆ-ପୁରୀ ଟ୍ରେନ୍ ଏପ୍ରିଲ ପହିଲାରୁ ପୁରୀରୁ ରାତି ୮ଟା ୩୦ରେ ଛାଡ଼ି ପରଦିନ ପୂର୍ବାହ୍ନ ୧୦ଟା ୪୫ରେ ହାଟିଆରେ ପହଞ୍ଚିବ ।