Odia News Portal

ଆଜିଠୁ ସାରା ରାଜ୍ୟରେ କାର୍ଯ୍ୟକ୍ଷମ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ

ଭୁବନେଶ୍ୱର: ସ୍ୱାସ୍ଥ୍ୟ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଯୁଗାନ୍ତକାରୀ ପଦକ୍ଷେପ । ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ ସ୍ୱାସ୍ଥ୍ୟ ସୁବିଧା । ବିଜୁ ସ୍ୱାସ୍ଥ୍ୟ ଯୋଜନାରେ ସ୍ମାର୍ଟକାର୍ଡ ମାଧ୍ୟମରେ ମିଳିବ ମାଗଣା ଚିକିତ୍ସା । ମାଲକାନାଗିରିରୁ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ ଯୋଜନାର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ସ୍ମାର୍ଟ ହେଲ୍ଥ କାର୍ଡ ଦେବାରେ ଦେଶରେ ଓଡିଶା ପ୍ରଥମ ରାଜ୍ୟ। ଆଜିଠୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ନୂଆ ରୂପରେ କାର୍ୟ୍ୟକ୍ଷମ ହୋଇଛି। ରାଜ୍ୟର ୯୬ ଲକ୍ଷ ପରିବାରକୁ ଏହି କାର୍ଡ ଦିଆଯିବ। ତା ସହ ରାଜ୍ୟର ସାଢେ ୩ କୋଟି ଲୋକ ଉପକାର ପାଇବେ।

ନୂଆ ବ୍ୟବସ୍ଥାରେ ହସ୍ପିଟାଲରେ କିଛି ଡକ୍ୟୁମେଣ୍ଟ ଦେବା ଦରକାର ହେବ ନାହିଁ। କେବଳ ଏହି ସ୍ମାର୍ଟ ହେଲ୍ଥ କାର୍ଡ ସାଥିରେ ନେଇ ହସ୍ପିଟାଲ ଯିବାକୁ ହେବ। ଦେଶର ୨୦୦ରୁ ଅଧିକ ବଡ ବଡ ହସ୍ପିଟାଲରେ ଏହି କା଼ର୍ଡ ଜରିଆରେ ହିତାଧିକାରୀ ଚିକିତ୍ସା ସୁବିଧା ପାଇପାରିବେ। ଏହି କାର୍ଡରେ ପରିବାର ପାଇଁ ୫ ଲକ୍ଷ ଓ ମହିଳା ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଯାଏ ଚିକିତ୍ସା ସୁବିଧା ମିଳିବ। ଏଭଳି ସୁବିଧା ଦେବାରେ ସାରା ଦେଶରେ ଓଡିଶା ପ୍ରଥମ।