ଭାରତର ମାନ୍ୟବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୨ଟି ନୂଆ ରାଜ୍ୟପାଳ ନିଯୁକ୍ତ କରିଛନ୍ତି ।ଏହି ପରିପ୍ରେକ୍ଷୀରେ ଆନ୍ଧ୍ରପ୍ରଦେଶରୁ ବଦଳି ଛତିଶଗଡ ରାଜ୍ୟପାଳ ହେଲେ ବିଶ୍ୱଭୂଷଣ ହରିଚନ୍ଦନ ।
୨୦୧୯ ଜୁଲାଇ ୧୬ ତାରିଖରେ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଥିବାର ରାଷ୍ଟ୍ରପତି ଭବନ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା ଏହାପରେ ସେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ଶପଥ ନେଇଥିଲେ ଏବଂ ଦାୟିତ୍ବ ନିର୍ବାହ କରୁଥିଲେ।
ଓଡ଼ିଶା ରାଜନୀତିର ପରିଚିତ ଚେହେରା ବିଶ୍ୱଭୂଷଣ ହରିଚନ୍ଦନ ୧୯୭୧ ମସିହାରେ ସେ ଭାରତୀୟ ଜନସଂଘରେ ସାମିଲ ହୋଇଥିଲେ। ୧୯୭୭ ମସିହାରେ ସେ ଜନତା ପାର୍ଟି ଗଠନ ହେବା ପର୍ୟ୍ୟନ୍ତ ଜନସଂଘର ଜାତୀୟ କାର୍ୟ୍ୟକାରିଣୀ ସଦସ୍ୟ ତଥା ରାଜ୍ୟ ସାଧାରଣ ସମ୍ପାଦକ ଭାବେ କାର୍ୟ୍ୟ କରିଥିଲେ। ୧୯୭୫ ମସିହାରେ ଜରୁରୀକାଳୀନ ପରିସ୍ଥିତି ସମୟରେ ମିସା ଆଇନରେ ଗିରଫ ହୋଇ ଜେଲ ଯାଇଥିଲେ।
ଚିଲିକା ନିର୍ବାଚନମଣ୍ଡଳୀରୁ ୨ ଥର ଓ ଭୁବନେଶ୍ବର ଆସନରୁ ୩ଥର ଏହିଭଳି ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଥିବା ଶ୍ରୀ ହରିଚନ୍ଦନ ବିଭିନ୍ନ ସରକାରରେ ବରିଷ୍ଠ ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଛନ୍ତି। ପ୍ରଥମ ଥର ଗୃହକୁ ନିର୍ବାଚିତ ହେବା ପରେ ୧୯୭୭ରେ ସେ ଖାଦ୍ୟଯୋଗାଣ, ଆଇନ, ଶ୍ରମ ଓ ନିଯୁକ୍ତି, ସଂସ୍କୃତି ବ୍ୟାପାର ଓ ପର୍ୟ୍ୟଟନ ବିଭାଗର ମନ୍ତ୍ରୀ ଥିଲେ। ବିଜୁ ପଟ୍ଟନାୟକଙ୍କ ସରକାରରେ ଶ୍ରୀ ହରିଚନ୍ଦନଙ୍କୁ ଖାଦ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀ ଭାବେ ଦାୟିତ୍ବ ମିଳିଥିଲା। ୨୦୦୦ରୁ ୨୦୦୯ ପର୍ୟ୍ୟନ୍ତ ବିଜେଡି-ବିଜେପି ମେଣ୍ଟ ସରକାର ସମୟରେ ଶ୍ରୀ ହରିଚନ୍ଦନ ଆଇନ, ମତ୍ସ୍ୟ ଓ ପଶୁସଂପଦ, ରାଜସ୍ବ, ଗ୍ରାମ୍ୟ ଉନ୍ନୟନ, ଶିଳ୍ପ ବିଭାଗର ମନ୍ତ୍ରୀ ଭାବେ କାର୍ୟ୍ୟ କରିଥିଲେ। ଆହୁରି ମଧ୍ୟ ସେ ମାତୃଭାଷା, ଶେଷ ଝଲକ, ରାଣାପ୍ରତାପ, ଅସ୍ତଶିଖା ଓ ମାନସୀ ଭଳି ଅନେକ ପୁସ୍ତକ ମଧ୍ୟ ରଚନା କରିଛନ୍ତି।
Sign in
Sign in
Recover your password.
A password will be e-mailed to you.
