Odia News Portal

ବିଡିଓଙ୍କୁ ମାଡ଼ ମାରି ଗିରଫ ହେଲେ ବିଜେପି ବିଧାୟକ

ବିଡିଓଙ୍କୁ ମାଡ଼ ମାରି ଗିରଫ ହେଲେ ବିଜେପି ବିଧାୟକ । ବିଜେପି ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଗିରଫ । ବିଜେପି ବିଧାୟକଙ୍କ ସହ ତାଙ୍କର ୩ ଜଣ ସହଯୋଗୀଙ୍କୁ ମଧ୍ୟ ଗିରଫ କରିଛି ପୋଲିସ । ଭୁବନେଶ୍ୱରରୁ ଗିରଫ କଲା ଦେବଗଡ଼ ପୋଲିସର ସ୍ୱତନ୍ତ୍ର ଟିମ୍ । ଦେବଗଡ଼ ଜିଲ୍ଲା ତିଳେଇବଣିରେ ବିଡିଓଙ୍କୁ ଆକ୍ରମଣ ଅଭିଯୋଗରେ ଗିରଫ ହେଲେ ବିଜେପି ବିଧାୟକ ।

ସୂଚନା ଅନୁସାରେ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ ଦେବଗଡ଼ ଜିଲ୍ଲା ତିଳେଇବଣି ବିଡିଓଙ୍କୁ ଆକ୍ରମଣ କରିଥିଲେ । ବିଡିଓ ଫିଲ୍ଡ ଭିଜିଟ କରିବାକୁ ଯାଇଥିବାବେଳେ ଆକ୍ରମଣ କରିଥିଲେ ବିଧାୟକ । ସେହି ସମୟରେ ବିଡିଓଙ୍କ ସହ ତହସିଲଦାର ଓ ଜିଆରଏସ୍ ଉପସ୍ଥିତ ଥିଲେ । ଭାଲିଆଗୁଡ଼ି ଗାଁରେ ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ବିଜେପି ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ସହ ତାଙ୍କ ସହଯୋଗୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା । ୧୦ରୁ ଅଧିକ ବିଜେପି କର୍ମୀଙ୍କ ଆକ୍ରମଣରେ ବିଡିଓ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ।

ପ୍ରାଥମିକ ଚିକିତ୍ସା ପରେ ବିଡିଓ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେବା ସହିତ ଥାନାରେ ଏନେଇ ଅଭିଯୋଗ କରିଥିଲେ । ଆକ୍ରମଣକୁ ନିନ୍ଦା କରିବା ସହ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନନେଲେ ଆନ୍ଦୋଳନ ପାଇଁ ଜିଲ୍ଲା ଓଏଏସ ସଂଘ ଚେତାବନୀ ଦେଇଥିଲା । ବିଜେପି ବିଧାୟକଙ୍କ ଏଭଳି ଗୁଣ୍ଡାଗିରିକୁ ସବୁଠି ନିନ୍ଦା କରାଯାଇଥିଲା ।