Odia News Portal

ମହାମାରୀକୁ ନେଇ ବିଜେପି ରାଜନୀତି କରୁଛି

ଭୁବନେଶ୍ୱର : ଭୟାବହ କରୋନା ମହାମାରୀର ମୁକାବିଲା ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ଏକତ୍ର ଭାବେ କାର୍ଯ୍ୟ କରିବାକୁ ଚାହୁଁଥିବାବେଳେ ଓଡିଶା ବିଜେପି ନେତାମାନେ କିନ୍ତୁ ଏହା ଚାହୁଁ ନାହାନ୍ତି । ରାଜ୍ୟ ବିଜେପି ନେତାମାନେ କରୋନାକୁ ନେଇ ହୀନ ରାଜନୀତି ଆରମ୍ଭ କରିଥିବା କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମତୀ ସୁଲତା ଦେଓ ।

ବିଜେପି ପ୍ରେସ୍ ବିବୃତିର ଜବାବ ଦେଇ ବିଜେଡି ମୁଖପାତ୍ର ଶ୍ରୀମତୀ ଦେଓ କହିଛନ୍ତି ବିଶ୍ୱ ମହାମାରୀ କରୋନାର ମୁକାବିଲା ପାଇଁ ରାଜ୍ୟ ଓ ଦେଶର ଦୁଇ ସର୍ବୋଚ୍ଚ ନେତା ଏକମତ ଥିବାବେଳେ ରାଜ୍ୟ ବିଜେପି ନେତାମାନେ କିନ୍ତୁ ଏହାକୁ ନେଇ ରାଜନୀତି କରୁଛନ୍ତି । ଏଭଳି ମହାମାରୀ ସମୟରେ ସରକାରଙ୍କୁ ପରାମର୍ଶ ଦେବା ସହିତ କରୋନା ଲଢେଇରେ ସାମିଲ ହେବା ପରିବର୍ତେ ସମାଲୋଚନା କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ନିଜର ରାଜନୈତିକ ଅସ୍ତିତ୍ୱ ଓ ଗଣମାଧ୍ୟମରେ ନିଜର ପ୍ରାସଙ୍ଗିକତା ରକ୍ଷା କରିବା ପାଇଁ କରୋନାକୁ ନେଇ ରାଜନୀତି ଆରମ୍ଭ କରିଦେଇଛନ୍ତି । ଓଡିଶାବାସୀ ରାଜ୍ୟ ବିଜେପି ନେତାମାନଙ୍କ ମନୋଭାବ ସଂକ୍ରାନ୍ତରେ ଭଲଭାବେ ଅବଗତ ଓ ସେମାନଙ୍କର ଏଭଳି ହୀନ ରାଜନୈତିକ ମନ୍ତବ୍ୟକୁ ଆଦୌ ଗ୍ରହଣ କରିବେ ନାହିଁ ବୋଲି ଶ୍ରୀମତୀ ଦେଓ କହିଛନ୍ତି ।