ବିଜେପି ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କୁ ମିଳିଲା ଜାମିନ୍

ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ବିରୋଧରେ ପ୍ରତିବାଦ କରିବା ସମୟରେ ଜେଲ୍ ଯାଇଥିବା ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କୁ ଜାମିନ ମିଳିବା ମାମଲାରେ ‘ସତ୍ୟମେବ ଜୟତେ, ଧର୍ମର ଜୟ’ ହୋଇଛି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ବିଜେପି ଯୁବ ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାମାନେ ଗତ ଫେବୃୟାରୀ ୨୮ ତାରିଖରେ ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ବିରୋଧରେ ପ୍ରତିବାଦ କରିବା ସମୟରେ ପୋଲିସ ଦ୍ୱାରା ଷଡଯନ୍ତ୍ରର ଶିକାର ହୋଇ ସେମାନଙ୍କୁ ଜେଲ୍ ଯିବାକୁ ପଡିଥିଲା । ଏହି ଘଟଣାକୁ ୫୦ ଦିନରୁ ଉର୍ଦ୍ଧ୍ୱ ହେଲାଣି।