Odia News Portal

ଶିକ୍ଷାନୁଷ୍ଠାନରେ ହଷ୍ଟେଲ ଛାଡ଼ିବାକୁ ବିଏମସିର ନିର୍ଦ୍ଦେଶ

ସରକାରୀ ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟ ଏହି ସମାନ ନିର୍ଦ୍ଦେଶ ଅନୁଯାୟୀ ନିୟମ ଅନୁପାଳନ |

ଭୁବନେଶ୍ୱର: ରାଜ୍ୟରେ ନବମ ଏକାଦଶ ଶ୍ରେଣୀ ବନ୍ଦ ନେଇ ସରକାରଙ୍କ ନିର୍ଦ୍ଦେଶନାମା ପରେ ଆବାସିକ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଛାତ୍ରଛାତ୍ରୀଙ୍କୁ ହଷ୍ଟେଲ ଛାଡ଼ିବା ପାଇଁ ବିଏମସି ତରଫରୁ ନିର୍ଦ୍ଦେଶ ଦିଆଯାଇଛି । ଅଧିକାଂଶ ଶିକ୍ଷାନୁଷ୍ଠାନରେ ପରୀକ୍ଷା ଶେଷ ହୋଇଯାଇଥିବା କାରଣରୁ ତୁରନ୍ତ ଏହାକୁ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସରକାରୀ ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟ ଏହି ସମାନ ନିର୍ଦ୍ଦେଶ ଅନୁଯାୟୀ ନିୟମ ଅନୁପାଳନ କରିବାକୁ କୁହାଯାଇଛି । ଵୃଦ୍ଧି ପାଉଥିବା ସଂକ୍ରମଣ ଉପରେ ରୋକ୍ ଲଗାଇବା ପାଇଁ ସରକାରୀ କାର୍ଯ୍ୟାଳୟରେ ସର୍ବସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି ।

ଅନ୍ୟପକ୍ଷେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୭୯ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୪୫୫୨୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୧ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୫୧୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଛନ୍ତି ।