Odia News Portal

ବଜେଟ୍‌-୨୦୨୩: ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ଆଜି ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍‌ ଉପସ୍ଥାପନ କରି ଉଦ୍‌ବୋଧନ ଆରମ୍ଭ କରିଛନ୍ତି। ନିର୍ଦ୍ଧାରିତ ସମୟ ପୂର୍ବାହ୍ନ ୧୧ଟା ବେଳେ ଆରମ୍ଭ ହେଲା ବଜେଟ ଅଧିଵେଶନ। ଚଳିତ ବର୍ଷର ବଜେଟ୍ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ମୋଦି ସରକାରର ଦ୍ୱିତୀୟ ପାଳିର ଏହା ଶେଷ ପୂର୍ଣ୍ଣାଙ୍ଗ ବଜେଟ୍ । ତେଣୁ ଏହି ବଜେଟ୍‌ରେ ସବୁ ବର୍ଗଙ୍କୁ ଖୁସି କରିବାକୁ ଉଦ୍ୟମ କରାଯିବ ବୋଲି ଆଶା କରାଯାଉଛି। ଅର୍ଥମନ୍ତ୍ରୀ ଲାଲ୍‌ ରଙ୍ଗର ‘ବହିଖାତା’ ଧରି ଅର୍ଥ ରାଷ୍ଟ୍ରମନ୍ତ୍ରୀ ଭାଗବତ କ୍ରିଷ୍ଣାରାଓ ଏବଂ ଅର୍ଥମନ୍ତ୍ରାଳୟର ଅନ୍ୟାନ୍ୟ ଅଧିକାରୀମାନଙ୍କ ସହିତ ଠିଆ ହୋଇଥିଲେ।

୨୦୨୩-୨୪ ବଜେଟ୍‌ ଅଭିଭାଷଣ ପ୍ରଦାନ ପୂର୍ବରୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଅର୍ଥ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଭାଗବତ କିଷନ୍‌ରାଓ କରାଡ଼, ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ଏବଂ ଅର୍ଥମନ୍ତ୍ରାଳୟର ପଦସ୍ଥ ଅଧିକାରୀମାନେ ରାଷ୍ଟ୍ରପତି ଭବନକୁ ଯାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଫେରିବା ପରେ ସଂସଦରେ କ୍ୟାବିନେଟ୍‌ ବୈଠକ ବସିଛି ।

– ଅମୃତ କାଳର ଏହା ପ୍ରଥମ ବଜେଟ
– ଏହି ବଜେଟରେ ମହିଳା, ଚାଷୀ, ପଛୁଆବର୍ଗଙ୍କୁ ଧ୍ୟାନ ଦିଆଯାଇଛି ।
– ଭାରତୀୟ ଅର୍ଥବ୍ୟବସ୍ଥା ଏବେ ସବୁଠୁ ଦ୍ରୁତ ଅଭିବୃଦ୍ଧିର ଅର୍ଥବ୍ୟବସ୍ଥା ।
– କରୋନା ସତ୍ତ୍ୱେ ମଧ୍ୟ ସଠିକ ରାସ୍ତାରେ ରହିଛି ଭାରତୀୟ ଅର୍ଥବ୍ୟବସ୍ଥା ।
– ଭାରତର ଚ୍ୟାଲେଞ୍ଜର ସାମ୍ନା କରିଛି, ଅନ୍ୟଙ୍କୁ ସହଯୋଗର ହାତ ବଢାଇଛି ।
– କରୋନା କାଳରେ ୮୦ କୋଟି ଲୋକଙ୍କୁ ମାଗଣାରେ ଚାଉଳ ଦିଆଯାଇଛି ।
– ଗରିବଙ୍କ ଖାଦ୍ୟ ସୁରକ୍ଷାକୁ ସୁନିଶ୍ଚିତ କରାଯାଇଛି ।
– ପ୍ରତ୍ୟେକ ବ୍ୟକ୍ତିଙ୍କ ଆୟ ଦୁଇଗୁଣା ବଢିଛି ।
– ପ୍ରତି ବ୍ୟକ୍ତିଙ୍କ ଆୟ ୧.୯୭ ଲକ୍ଷରେ ପହଞ୍ଚିଛି ।
– ଡିଜିଟାଲ ନେଣଦେଣରେ ଭାରତ ରେକର୍ଡ କରିଛି
– ଜି-୨୦ର ଅଧ୍ୟକ୍ଷତା କରିବା ଭାରତର ସବୁଠୁ ବଡ ଉପଲବ୍ଧି
– ମହିଳାଙ୍କୁ ଆର୍ଥିକ ସ୍ତରରେ ସଶକ୍ତ କରାଯାଇଛି ।
– ଜନଧନ ଯୋଜନାରେ ୪୭.୮ କୋଟି ଆକାଉଣ୍ଟ ଖୋଲାଯାଇଛି ।
– ବଜେଟ ଜରିଆରେ ଆଗାମୀ ୧୦୦ ବର୍ଷର ରୂପରେଖ ପ୍ରସ୍ତୁତ କରାଯାଉଛି ।
– ପିପିପି ମୋଡରେ ପର୍ଯ୍ୟଟନକୁ ଫୋକସ ।
– ମିଲେଟକୁ ପ୍ରୋତ୍ସାହନ ପାଇଁ ଆରମ୍ଭ ହେବ ‘ଶ୍ରୀଅନ୍ନ’

– ଆକାଂକ୍ଷୀ ଜିଲ୍ଲା ଭଳି ୫୦୦ ବ୍ଲକ ହେବ ଆକାଂକ୍ଷୀ ବ୍ଲକ
-ପ୍ରଧାନମନ୍ତ୍ରୀ ଅବଲୁପ୍ତପ୍ରାୟ ଜନଜାତି ଉନ୍ନୟନ ମିଶନ ଆରମ୍ଭ ହେବ
-ମିଶନ ପାଇଁ ୩ ବର୍ଷରେ ଖର୍ଚ୍ଚ ହେବ ୧୫ ହଜାର କୋଟି ଟଙ୍କା
-ଏକଲବ୍ୟ ସ୍କୁଲ ପାଇଁ ୩୮, ୮୦୦ ନୂଆ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ