Odia News Portal

ସର୍ବଦଳୀୟ ବୈଠକ ଡାକିବାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି

ଭୁବନେଶ୍ବର: ନବୀନ ନିବାସରେ ବିଜେପି ବିଧାୟକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ଶେଷ ହୋଇଛି । ଖାସକରି ମଣ୍ଡି ଅବ୍ୟବସ୍ଥାକୁ ନେଇ ଯେଉଁ ରାଜନୈତିକ ହଟ୍ଟଚମଟ ଚାଲିଥିଲା ତାହାକୁ ଏକପ୍ରକାର ଆଲୋଚନା ମାଧ୍ୟମରେ ଶେଷ କରିଛନ୍ତି ନବୀନ । ମୁଖ୍ୟମନ୍ତ୍ରୀ ଗୃହକୁ ଆସନ୍ତୁ ବୋଲି ବିଜେପି ଦାବି କରିଥିବା ବେଳେ ନବୀନ ଏଥିରେ ରାଜି ହୋଇଥିବା କହିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ । 

କିଭଳି ବିଧାନସଭା ସୁରୁଖୁରୁ ଚାଲିବ ସେନେଇ ବାଚସ୍ପତିଙ୍କ ସହ ଆଲୋଚନା କରି ସର୍ବଦଳୀୟ ବୈଠକ ଡାକିବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ବୋଲି ପ୍ରଦୀପ୍ତ କହିଛନ୍ତି । ଅନ୍ୟପଟେ ଓଡ଼ିଶା ରାଜନୀତି ଇତିହାସରେ ଏହା ପ୍ରଥମ ବୋଲି କହିଛନ୍ତି ମନ୍ତ୍ରୀ ବିଷ୍ଣୁ ସେଠୀ ।