୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ By Swadhikar News Last updated Sep 1, 2025 ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ନୂଆଦିଲ୍ଲୀ ଯିବେ। ସେ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଥିବା ଜଣାଯାଇଛି। ଏଣେ ଆଜି ଦିନ ୧୨ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଆୟୋଜିତ ହେଉଛି। ଏହି ବୈଠକରେ ଗୃହ ସଚିବ, ପୁଲିସ ଡିଜି. ମୁଖ୍ୟ ଶାସନ ସଚିବ, କ୍ରାଇମବ୍ରାଞ୍ଚ ଓ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିବେ ବୋଲି ଜଣାଯାଇଛି। mohan majhiswadhikarswadhikar news Share