Odia News Portal

କୋଭିଡ୍ ସ୍ଥିତି ନେଇ ସର୍ବଦଳୀୟ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍ ସ୍ଥିତି ଧିରେ ଧିରେ ବିଗିଡିବାରେ ଲାଗିଛି ।ତେବେ କରୋନା ସ୍ଥିତିର ମୁକାବିଲା ପାଇଁ ଆସନ୍ତା ୧୭ ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବୈଠକ ୧୭ ତାରିଖରେ ବିଧାନସଭାର ସମ୍ମିଳନୀ କକ୍ଷରେ ବସିବ। ଆଲୋଚନାରେ ସମସ୍ତ ବିଧାୟକ ଅଂଶଗ୍ରହଣ କରିବେ।ସେହିଭଳି କୋଭିଡ୍ ସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ବିଧାୟକ ଭିଡିଓ କନଫରେନ୍ସିଂ ଜରିଆରେ ଏହି ବୈଠକରେ ଯୋଡିହେବେ । କୋଭିଡ ମୁକାବିଲା ନେଇ ସମସ୍ତ ବିଧାୟକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ।

ବୈଠକ ପାଇଁ ବିଧାନସଭାର ନୂତନ ସମ୍ମିଳନୀ କକ୍ଷ ଓ ଜିଲ୍ଲାସ୍ତରରେ ବ୍ୟବସ୍ଥା କରାଯାଇଥିବା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ଭୁବନେଶ୍ବରର କିଛି ସ୍ଥାନରେ ମଧ୍ୟ ବ୍ୟବସ୍ଥା କରାଯାଇଛି । ସମସ୍ତ ବିଧାୟକ ମାନେ ବୈଠକରେ ନିଜ ଅଞ୍ଚଳର କୋଭିଡ ସ୍ଥିତି ସମ୍ପର୍କରେ ଆଲୋଚନା କରିବେ ।