Odia News Portal

ଜିଲ୍ଲାରେ ପ୍ରତିଷ୍ଠା ହେବ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ

ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି । ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏଁ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବିଭିନ୍ନ ସମୟରେ ବିଭିନ୍ନ କାରଣରୁ ଆଇନର ପରିସରକୁ ଆସୁଥିବା ଅନେକ ପିଲା ତଥା ସହାୟତା ଆବଶ୍ୟକତା କରୁଥିବା ପିଲାମାନଙ୍କ ପାଇଁ ଥାନା ଭିତରେ ସ୍ୱତନ୍ତ୍ର ଅନୁକୂଳ ପରିବେଶର ଆବଶ୍ୟକତାକୁ ଅନୁଭବ କରି ମୁଖ୍ୟମନ୍ତ୍ରୀଏହି ନିଷ୍ପତ୍ତି ନେଇଛନ୍ତି ।