Odia News Portal

ମୁଲାୟମ ସିଂହ ଯାଦବଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ଓ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନି‌ଷ୍ପେସିତ ଲୋକଙ୍କ ଉତଥାନ ଦିଗରେ ଅବଦାନ ପାଇଁ ସୋସିଆଲିଷ୍ଟ ନେତା ସର୍ବଦା ମନେ ରହିବେ ବୋଲି ମୁଖ୍ୟମନ୍ତ୍ରୀ ଶୋକ ବାର୍ତ୍ତାରେ କହିଛନ୍ତି। ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ସୂଚନାଯୋଗ୍ୟ ଯେ, ଦୀର୍ଘଦିନର ଅସୁସ୍ଥତା ପରେ ଆଜି ମେଦାନ୍ତ ହସ୍ପିଟାଲରେ ମୁଲାୟମ ସିଂହ ଯାଦବ ୮୨ ବର୍ଷ ବୟସରେ ଆଖି ବୁଜିଛନ୍ତି ।