ଆଜି ସନ୍ଧ୍ୟା ୫.୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ୧୪.୭୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୯ଟି ପ୍ରକଳ୍ପର ଶୁଭ ଉଦଘାଟନ କରିବେ
ବରଗଡ଼ ଜିଲ୍ଲାର ପଦ୍ମ ପୁରସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷ, ବଲାଙ୍ଗିର ଜିଲ୍ଲାର ସଦର ମହକୁମାଠାରେ ଏକ କଲ୍ୟାଣ ମଣ୍ଡପ ଓ ଟିଟିଲାଗଡ଼ ବାଳକ ଉଚ୍ଚ ବିଦ୍ୟାଳୟର ଏକାଡେମିକ୍ ବ୍ଲକ୍, ବୌଦ୍ଧ ଜିଲ୍ଲା ସଂଗ୍ରହାଳୟର ସଂପ୍ରସାରଣ, ଦେବଗଡ଼ ଜିଲ୍ଲାର ସାଂସ୍କୃତିକ ପ୍ରେକ୍ଷାଳୟ ତଥା କ୍ରୀଡ଼ା କକ୍ଷ, ଝାରସୁଗୁଡ଼ା ଜିଲ୍ଲାର ମରାକୁଟାଠାରେ କହ୍ନେଇନାଳ ଉପରେ ପାଲ, କଳାହାଣ୍ଡି ଜିଲ୍ଲାର ଭବାନୀ ପାଟଣା ଟାଉନ୍ ହଲ ଓ ଜୁନାଗଡ଼ ଏନ୍ଏସିଠାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଷ୍ଟାଡିୟମ୍ ଓ ନୂଆପଡ଼ା ଜିଲ୍ଲାର କୋମନାଠାରେ ମାଣ୍ଡିଆ ଆଦି ଶସ୍ୟର ପ୍ରକ୍ରିୟାକରଣ କେନ୍ଦ୍ରକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଆଭାସୀ ମାଧ୍ୟମରେ ଉଦଘାଟନ କରିବେ ।ବରଗଡ଼ ଜିଲ୍ଲାର ଡେବ୍ରିଗଡ଼ ଅଭୟାରଣ୍ୟ ସନ୍ନିକଟ ବାରବଖରା ଜଳ ପ୍ରପାତ ଓ ଗୁମ୍ଫା ନିକଟରେ ଇକୋ ପର୍ଯ୍ୟଟନ ସ୍ଥଳିର ବିକାଶ, ବରଗଡ଼ ସହରରେ ଏକ ପାଞ୍ଚଶହ ଆସନ ବିଶିଷ୍ଟ ପ୍ରେକ୍ଷାଳୟ, ପଦ୍ମ ପୁରଠାରେ ବଡ଼ବନ୍ଧର ପୁନରୁଦ୍ଧାର, ସୌନ୍ଦର୍ଯ୍ୟକରଣ ଓ ଆଲୋକିକରଣ, ବରଗଡ଼ ସହରର ବିକାଶ ବିଦ୍ୟାଳୟଠାରୁ ହଳଦୀ ପାଲି ଛକ ପର୍ଯ୍ୟନ୍ତ ସିମେଣ୍ଟ କଂକି୍ରଟ ଡ୍ରେନ୍, ବଲାଙ୍ଗିର ସହରରେ ଏକ ପାଞ୍ଚଶହ ଆସନ ବିଶିଷ୍ଟ ପ୍ରେକ୍ଷାଳୟ, ବୌଦ୍ଧ ଜିଲ୍ଲା ବୀରନରସିଂହ ପୁରଠାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଇକୋ ପାର୍କ, କଳାହାଣ୍ଡି ଜିଲ୍ଲାର ବିଶ୍ୱନାଥ ପୁରଠାରେ କଲ୍ୟାଣ ମଣ୍ଡପ, ସମ୍ବଲପୁର ଜିଲ୍ଲାର କୁଚିଣ୍ଡାଠାରେ ମୁକୁଣ୍ଡି ଷ୍ଟାଡୟିମ୍ର ଉନ୍ନତିକରଣ ଓ ସୁବର୍ଣ୍ଣ ପୁର ଜିଲ୍ଲାର ସୋନ ପୁରଠାରେ ହସ୍ତତନ୍ତ ମଲ୍ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ।