ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ ହୀରାବେନ୍ ମୋଦୀଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ସମବେଦନା ଜ୍ଞାପନ କରିଛନ୍ତି। ହୀରାବେନ୍ ମୋଦୀଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ନବୀନ ପଟ୍ଟନାୟକ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ ନିର୍ଦେଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ ହୀରାବେନ୍ ମୋଦୀଙ୍କ ପରଲୋକ। ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତି ପ୍ରାୟ ୩.୩୦ରେ ଅହମଦାବାଦର ୟୁଏନ୍ ମେହଟା ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୧୦୦ ବର୍ଷ ବୟସ ହୋଇଥିଲା। ମା’ଙ୍କ ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସେ ତାଙ୍କ ଟ୍ୱିଟ୍ରେ ଲେଖିଛନ୍ତି, ‘‘ଈଶ୍ୱରଙ୍କ ଚରଣରେ ଏକ ଗୌରବମୟ ଶତାବ୍ଦୀର ଅବସାନ ଘଟିଛି। ମା’ଠାରେ ମୁଁ ସବୁବେଳେ ଏହି ତ୍ରିମୂର୍ତ୍ତିକୁ ଅନୁଭବ କରିଛି। ଯେଉଁଠି ଏକ ତପସ୍ବୀର ଯାତ୍ରା, ନିଷ୍କାର୍ମ କର୍ମଯୋଗୀର ପ୍ରତୀକ ଏବଂ ମୂଲ୍ୟବୋଧ ପ୍ରତି ପ୍ରତିବଦ୍ଧ ଜୀବନ ସମାହିତ ହୋଇଛି।’