Odia News Portal

୨୦ ପ୍ରତିଶତ ବକେୟା ପ୍ରଦାନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଏହାଦ୍ବାରା କର୍ମଚାରୀମାନେ ସଂପୂର୍ଣ୍ଣ ବକେୟା ରାଶି ପାଇପାରିବେ। ପୂର୍ବରୁ ୮୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଛି । ଏଥିରେ ଉପକୃତ ହେବେ ୪ ଲକ୍ଷ କର୍ମଚାରୀ । ଏ ବାବଦରେ ୮୫୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ।
ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦେଶ କ୍ରମେ ଆଜି ଏ ସଂକ୍ରାନ୍ତରେ ସରକାରୀ ଘୋଷଣାନାମା ପ୍ରକାଶ ପାଇଛି । ଏହାଦ୍ବାରା କର୍ମଚାରୀମାନେ ସପ୍ତମ ବେତନ କମିଶନ ଦରମା ବାବଦ ସଂପୂର୍ଣ୍ଣ ବକେୟା ରାଶି ପାଇ ପାରିବେ। ପୂର୍ବରୁ ଏହି ବକେୟାର ୮୦ ପ୍ରତିଶତ ପ୍ରଦାନ କରାଯାଇ ସାରିଛି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଉପକୃତ ହେବେ। ଏଥିପାଇଁ ୨୦୨୧-୨୨ ଅତିରିକ୍ତ ବଜେଟ୍‌ରେ ୮୫୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ସପ୍ତମ ବେତନ କମିଶନ ର ସୁପାରିଶକୁ ଗ୍ରହଣ କରି ଏହାକୁ ୨୦୧୬ ଜାନୁଆରୀ ମାସ ଠାରୁ ଲାଗୁ କରିଥିଲେ । ୨୦୧୭ ସେପ୍ଟେମ୍ବର ମାସଠାରୁ ବର୍ଦ୍ଧିତ ଦରମା ପ୍ରଦାନ କରାଯାଇଥିଲା । କର୍ମଚାରୀମାନେ ସପ୍ତମ ବେତନ କମିସନ ସୁପାରିଶ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ୨୦ ମାସର ବର୍ଦ୍ଧିତ ବକେୟା ଦରମା ବିଭିନ୍ନ କିସ୍ତିରେ ଦେବାକୁ ନିଷ୍ପତ୍ତି ହୋଇଥିଲା। ଏହି ନିଷ୍ପତ୍ତି ଅନୁଯାୟୀ ୨୦୧୭-୧୮ରେ ୪୦ ପ୍ରତିଶତ, ୨୦୧୯-୨୦ରେ ୧୦ ପ୍ରତିଶତ ଓ ୨୦୨୧-୨୨ରେ ୩୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଥିଲା।
ସୂଚନାଯୋଗ୍ୟ ଯେ ପେନ୍‌ସନ୍‌ଭୋଗୀମାନେ ମଧ୍ୟ ସେମାନଙ୍କ ଦରମାର ୧୦୦ ପ୍ରତିଶତ ପାଇ ସାରିଛନ୍ତି।