ଜମ୍ମୁ କାଶ୍ମୀରର ପୁଞ୍ଚରେ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ବୀର ଯବାନ ଦେବାଶିଷ ବିଶ୍ୱାଳ ସହିଦ ହୋଇଥିବା ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ନିଜର ଟୁଇଟରରେ ସେ ଲେଖିଛନ୍ତି,ଜମ୍ମୁ କାଶ୍ମୀରର ପୁଞ୍ଛରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ବୀର ଯବାନ ଦେବାଶିଷ ବିଶ୍ୱାଳ ସହିଦ ହୋଇଥିବା ଖବର ଅତ୍ୟନ୍ତ ଦୁଃଖଦାୟକ। ଦେଶର ସୁରକ୍ଷାରେ ତାଙ୍କର ବଳିଦାନ ସବୁବେଳେ ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
ସୂଚନାଯୋଗ୍ୟ, ଗତକାଲି ଜମ୍ମୁ କାଶ୍ମୀରର ପୁଞ୍ଚରେ ଆତଙ୍କବାଦୀଙ୍କ ଗ୍ରେନେଡ୍ ମାଡ଼ରେ ଏକ ସେନା ଗାଡ଼ି ଜଳି ଯାଇଥିଲା। ଏହାଫଳରେ ୫ ଜଣ ଯବାନ ସହିଦ ହୋଇଯାଇଥିଲେ। ନିହତ ଯବାନଙ୍କ ମଧ୍ୟରେ ଥିଲେ ଜଣେ ଓଡ଼ିଆ ପୁଅ। ସେ ହେଲେ ପୁରୀ ଜିଲ୍ଲା ସାକ୍ଷୀଗୋପାଳ ଥାନା ଅନ୍ତର୍ଗତ ଅଳଗୁମ ଖଣ୍ଢାୟତସାହିର ଦେବାଶିଷ ବିଶ୍ବାଳ(୨୮ ବର୍ଷ)।
ପ୍ରତାପ ବିଶ୍ବାଳ ଓ ମମତା ବିଶ୍ବାଳଙ୍କ ବଡ଼ପୁଅ ଦେବାଶିଷ ପ୍ରାୟ ୧୦ ବର୍ଷ ତଳେ ସେନାରେ ଭର୍ତ୍ତି ହୋଇଥିଲେ। ୨୦୨୨ ମସିହା ମେ ମାସ ୪ ତାରିଖରେ ତାଙ୍କର ସୁଶ୍ରୀସଙ୍ଗୀତା ବିଶ୍ବାଳଙ୍କ ସହ ବିବାହ ହୋଇଥିଲା ଓ ସେମାନଙ୍କର ଏକ ଛୋଟ ଝିଅ ଅଛି। ଆତଙ୍କବାଦୀ ଆକ୍ରମଣରେ ଦେବାଶିଷଙ୍କ ଆକସ୍ମିକ ମୃତ୍ୟୁଖବର ତାଙ୍କର ଜଣେ ସାଙ୍ଗ ପରିବାରକୁ ଖବର ଦେବାପରେ ଗ୍ରାମରେ ଶୋକର ଲହରି ଖେଳିଯାଇଛି। ପରିବାରରେ କାନ୍ଦବୋବାଳି ପଡ଼ିଯାଇଥିବା ବେଳେ ସମଗ୍ର ଗାଁ ସ୍ତବ୍ଧ ହୋଇଯାଇଛି।
୬ ତାରିଖରେ କୋରାପୁଟ ଜିଲ୍ଲାରେ କୋରାପୁଟ ଜିଲ୍ଲାରେ ମାତ୍ର ୩୦ ମିନିଟ୍ ମଧ୍ୟରେ ୩ ହଜାର ୭୬୨ ଥର ବଜ୍ରପାତ ହୋଇଥିଲା ବେଳେ ୭ ତାରିଖରେ ୨୫୭୩ ଥର ବଜ୍ରପାତ ଘଟିଛି। ପୂର୍ବରୁ ଓଡ଼ିଶାରେ ମାତ୍ର ଅଧ ଘଣ୍ଟା ମଧ୍ୟରେ ଗୋଟିଏ ଅଞ୍ଚଳରେ ୫ ହଜାରରୁ ଅଧିକ ଥର ବଜ୍ରପାତ ସର୍ବକାଳୀନ ରେକର୍ଡ ରହିଥିବାବେଳେ କୋରାପୁଟ ଜିଲ୍ଲା ଏହାର ପାଖାପାଖି ସଂଖ୍ୟାକୁ ଆଜି କାଟିଛି। ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ଦୁଇ ଦିନ ଯାଏ କୋରାପୁଟ ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଦିଆଯାଇଥିବାବେଳେ ଏହି ସଂଖ୍ୟା ବୃଦ୍ଧି ପାଇବା ଆଶା କରାଯାଉଛି ।
