Odia News Portal

ରାଜ୍ୟ ସରକାରଙ୍କ ନିଷ୍ପତି,ଉପକୃତ ହେବେ ୭.୫୦ଲକ୍ଷ କେନ୍ଦୁପତ୍ର ତୋଳାଳୀ

ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର  ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ  ଅଞ୍ଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି କରାଯାଇଛି। ଏହାଦ୍ଵାରା ରାଜ୍ୟରେ ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ ୨୪୦ କୋଟି ଟଙ୍କାର  ଅଧିକ  ରୋଜଗାର ପାଇପାରିବେ । ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି  ଜନଜାତି ମହିଳା ।

ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ  ମଧ୍ୟ୍ୟ ୧୨୦କୋଟି ଟଙ୍କା ମଂଜୁର କରାଯାଇଛି। ଏହାଦ୍ଵାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ ଉପକୃତ ହେବେ । ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟର ସମସ୍ତ ଲାଭକୁ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ ମାନଙ୍କ କଲ୍ୟାଣ ପାଇଁ ବିନିଯୋଗ କରୁଛନ୍ତି ।