Odia News Portal

ଅଗ୍ନିଶମ ସେବା ବିଭାଗରେ ସୃଷ୍ଟି ହେଲା ୨୬ଟି ନୂତନ ପଦବୀ

ଓଡିଶା ଅଗ୍ନିଶମ ସେବା ବିଭାଗରେ ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥି ମଧ୍ୟରେ ତିନି ଗୋଟି ଷ୍ଟେସନ ଅଫିସର ପଦବୀ ଥିବା ବେଳେ ତିନି ଗୋଟି ଲିଡିଂ ଫାୟାର ମ୍ୟାନ ଓ କୋଡିଏଟି ଫାୟାର ମ୍ୟାନ ପଦବୀ ରହିଛି। ଏହି ନୂତନ ପଦବୀ ସୃଷ୍ଟି ହେବା ଫଳରେ ଅଗ୍ନିଶମ ସେବା ବିଭାଗ ଆହୁରି ଅଧିକ ଦକ୍ଷ ଭାବରେ ଲୋକଙ୍କୁ ସେବା ଯୋଗାଇଦେବ ବୋଲି ଆଶା କରାଯାଉଛି |