ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକରେ ୧୭ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଆଜି ସନ୍ଧ୍ୟା ସାଢ଼େ ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍ ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ ମିଶନ ଶକ୍ତି, କୃଷି, ସ୍ୱାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଦକ୍ଷତା ବିକାଶ ଭଳି ବିଭିନ୍ନ ବିଭାଗର ୧୭ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।