ମୁଖ୍ୟମନ୍ତ୍ରୀ ବୀନ ପଟ୍ଟନାୟକଙ୍କ ନବୀନ ନିବାସ ଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କରିଛନ୍ତି । ଏଥିସହିତ ସୌରା, କୁଇ, କୁଭି, ଗୋଣ୍ଡି ଓ ମୁଣ୍ଡା ଭାଷାର ପ୍ରାଥମିକ ଶ୍ରେଣୀ ନିମନ୍ତେ ୨୧ଟି ଅତିରିକ୍ତ ପାଠ୍ୟପୁସ୍ତକ ମଧ୍ୟ ଲୋକାର୍ପଣ କରିଛନ୍ତି ।
ଏହି ଅବସରରେ ଉପସ୍ଥିତ ଜନଜାତି ସଂପ୍ରଦାୟର ପ୍ରତିନିଧି ମାନଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଅଭିଧାନ ସାନ୍ତାଳୀ ଭାଷାକୁ ଆହୁରି ସମୃଦ୍ଧ କରିବ ଏବଂ ସାନ୍ତାଳୀ ଭାଷା ଶିକ୍ଷା କରିବା ପାଇଁ ଅନ୍ୟ ମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବ। ପ୍ରାଥମିକ ଶିକ୍ଷା ପାଇଁ ଅତିରିକ୍ତ ପାଠ୍ୟପୁସ୍ତକ ଛାତ୍ରଛାତ୍ରୀଙ୍କ ପାଇଁ ବିଶେଷ ଉପଯୋଗୀ ହେବ। ଏଥିପାଇଁ ନିଷ୍ଠାର ସହ କାମ କରିଥିବା ସନ୍ତାଳୀ ଭାଷାବିତ୍, ଗବେଷକ ଏବଂ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ।
ସୂଚନାଯୋଗ୍ୟ ଯେ ବିଶିଷ୍ଟ ସାନ୍ତାଳୀ ଭାଷାବିତ୍ ଶ୍ରୀ ଚୈତନ୍ୟ ପ୍ରସାଦ ମାଝୀ ଏହି ଶଦ୍ଦକୋଷକୁ ପ୍ରସ୍ତୁତ କରିଛନ୍ତି ତାଙ୍କୁ ସାନ୍ତାଳୀ ଭାଷାର ଭାଷାବିତ୍ ମାନେ ସହଯୋଗ କରିଥିଲେ। ସାନ୍ତାଳୀ ଭାଷା ଆମ ସମ୍ବାଧାନର ଅଷ୍ଟମ ପରିଚ୍ଛେଦରେ ସ୍ଥାନିତ ହୋଇଛି । ସାନ୍ତାଳୀ ସହିତ ଅନ୍ୟ ଜନଜାତି ଭାଷାରେ ଶଦ୍ଦକୋଷ ପ୍ରକାଶନ ପାଇଁ ସରକାରୀ ସ୍ତରରେ ଉଦ୍ୟମ ଜାରି ରହିଛି ।
Sign in
Sign in
Recover your password.
A password will be e-mailed to you.