Odia News Portal

୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଉଦ୍ଦେଶ୍ୟରେ ୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି ।

ନବୀନ ନିବାସଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠି ବିନିଯୋଗରେ କ୍ରୟ ହୋଇଥିବା ଏହି ୨୬ଟି ନୂତନ ଆମ୍ବୁଲାନ୍ସକୁ ପତକା ଦେଖାଇ ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସେବା ପ୍ରଦାନ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ରୋଗୀସେବା ଯୋଗାଇଦେବା ଉଦ୍ଦେଶ୍ୟରେ କ୍ରୟ ହୋଇଥିବା ଏହି ୨୬ଟି ଆମ୍ବୁଲାନ୍ସ ପାଇଁ ୧୦.୯୨ କୋଟି ଟଙ୍କା ବିନିଯୋଗ ହୋଇଛି ।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, 5T ସଚିବ ଶ୍ରୀ ଭି.କେ ପାଣ୍ଡିଆନ, ସ୍ୱାସ୍ଥ୍ୟ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ ।