ପରଲୋକରେ ବରିଷ୍ଠ ଅଭିନେତା ରାଇମୋହନ ପରିଡ଼ା । ଓଲିଉଡ ଜଗତକୁ ଶକ୍ତ ଝଟକା ଲାଗିଛି । ତେବେ କେଉଁ କାରଣ ପାଇଁ ଆତ୍ମହତ୍ୟା କଲେ ତାହା ଏପର୍ୟ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ରାଇମୋହନଙ୍କ ମୃତ୍ୟୁ ପରେ ଚାରିଆଡ଼େ ଖେଳିଯାଇଛି ଶୋକର ଛାୟା । ବରିଷ୍ଠ ଅଭିନେତା ରାଇମୋହନଙ୍କ ମୃତ୍ୟୁ ପରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ’ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ। ନାଟକଠୁ ଆରମ୍ଭ କରି ଯାତ୍ରା, ଚଳଚ୍ଚିତ୍ର ପରି କଳାର ବିଭିନ୍ନ କ୍ଷେତ୍ରରେ ତାଙ୍କର ଅନୁପସ୍ଥିତି ସର୍ବଦା ଅନୁଭବ ହେବ। ତାଙ୍କ ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ରହିବେ। ଅମର ଆତ୍ମାର ସଦଗତି କାମନା ସହ ଶୋକାକୁଳ ପରିବାରବର୍ଗଙ୍କ ପ୍ରତି ମୋ ସମବେଦନା ଜଣାଉଛି ବୋଲି ଟ୍ୱିଟ୍ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
