Odia News Portal

କଟକରେ ସବୁ ପରିବାରକୁ ୨୪ ଘଣ୍ଟା ପାଣି ବ୍ୟବସ୍ଥା କଲେ ନବୀନ ପଟ୍ଟନାୟକ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେସନ୍ସିଂ ମାଧ୍ୟମରେ କଟକ ସହର ପାଇଁ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିଥିବା ପାନୀୟ ଜଳ କାର୍ୟ୍ୟକ୍ରମ ଦ୍ୱାରା କଟକ ସହରର ସବୁ ପରିବାର ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ପାଇପାରିଛନ୍ତି। ଏହାଦ୍ୱାରା ସହରର ୧ ଲକ୍ଷ ୪୦ ହଜାର ପରିବାରର ୭ ଲକ୍ଷ ଲୋକ ଉପକୃତ ହୋଇଛନ୍ତି । ଏଥିପାଇଁ ୭୯୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରି କହିଲେ ଯେ କଟକ ସହିତ ରାଜ୍ୟର ୬୦ଟି ସହରର ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ଦିଆଯାଇଛି। ଖୁବଶୀଘ୍ର ରାଜ୍ୟର ସମସ୍ତ ୧୧୪ଟି ସହରରେ ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ।