Odia News Portal

ଆଜି ତିନିଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ତିନିଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ହେବାକୁ ଥିବା ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । କାଲିର ଓଡିଶା ଇନଭେଷ୍ଟର୍ସ ମିଟରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ପୁଞ୍ଜି ନିବେଶ ପାଇଁ ଉଦ୍ୟୋଗପତିମାନଙ୍କ ସହ ଆଲୋଚନା କରିବେ । ଆଦିତ୍ୟ ବିର୍ଲା ଗ୍ରୁପର ମୁଖ୍ୟ କୁମାର ମଙ୍ଗଳମ୍ ବି ର୍ଲା, ବେଦାନ୍ତ ଅଧ୍ୟକ୍ଷ ଅନୀଲ ଅଗ୍ରୱାଲଙ୍କ ଭଳି ପ୍ରମୁଖ ଶିଳ୍ପପତିଙ୍କ ସହ ପ୍ରତ୍ୟକ୍ଷ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ। ଏଥିସହ ନଭେମ୍ବର ୩୦ରୁ ଡିସେମ୍ବର ୪ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରରେ ହେବାକୁ ଥିବା ‘ମେକ୍‌ ଇନ୍‌ ଓଡ଼ିଶା’ ସମ୍ମିଳନୀରେ ଯୋଗଦେବାକୁ ଶିଳ୍ପପତିଙ୍କୁ ନିମନ୍ତ୍ରଣ କରିବେ ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ୧୫ ତାରିଖ ସକାଳେ ବମ୍ବେ ଷ୍ଟକ ଏକ୍ସଚେଞ୍ଜ ଯାଇ ଓପନିଂ ବେଲ୍‌ ବଜାଇ କାରବାର ଆରମ୍ଭ କରିବେ । ପ୍ରତିଦିନ ସକାଳ ୯ଟାରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜ ଖୋଲୁଥିବାବେଳେ କାରବାର ଆରମ୍ଭ ପୂର୍ବରୁ ଏହି ଓପନିଂ ବେଲ୍‌ ବଜାଇବାର ପରମ୍ପରା ରହିଛି । ବେଲ୍‌ ବାଜିବାର ୧୫ ମିନିଟ ପରେ ବିଏସଇରେ ଟ୍ରେଡିଂ ଆରମ୍ଭ ହୋଇଥାଏ।