Odia News Portal

ଅଭିନେତା ମିହିରି ଦାସଙ୍କ ପରଲୋକରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ

ଆଉ ନାହାନ୍ତି ବର୍ଷିଆନ ଅଭିନେତା ମିହିର ଦାସ । ୬୩ ବର୍ଷରେ ବୟସରେ ମିହିର ଦାସଙ୍କ ପରଲୋକ ହୋଇଛି । ପ୍ରାୟ ମାସେରୁ ଅଧିକ ସମୟ ହେବ ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଗତ କିଛି ଦିନ ହେବ ସେ କିଡନୀ ରୋଗରେ ଆକ୍ରାନ୍ତ ଥିଲେ । କିଡନୀ ରୋଗରେ ଆକ୍ରାନ୍ତ ହେବା ପରେ ତାଙ୍କୁ ଆଇସିୟୁରେ ରଖି ଚିକିତ୍ସା କରାଯାଉଥିଲା । ମିହିର ଦାସଙ୍କ ଦୁଇଟି ଯାକ କିଡନୀ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା । ଯାହା ଫଳରେ ସପ୍ତାହରେ ତାଙ୍କର ତିନି ଥର ଡାଏଲିସସ ହେଉଥିଲା ।
ସେହିପରି ମିହିର ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି । ସେ ଟ୍ୱିଟ୍ କରି କହିଛନ୍ତି କି ବର୍ଷୀୟାନ ଅଭିନେତା ମିହିର ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ବହୁତ ଦୁଃଖିତ। ଓଡ଼ିଆ କଳା ଜଗତରେ ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଅମର କରି ରଖିବ। ତାଙ୍କ ବିୟୋଗ ଓଡ଼ିଆ କଳାଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।