Odia News Portal

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଆଜି ମୁଖ୍ୟମନ୍ତ୍ରୀ ସମୀକ୍ଷା ବୈଠକ

ଭୁବନେଶ୍ୱର: ଓଡ଼ିଶା ଆଡ଼କୁ ମାଡ଼ି ଆସୁଛି ବାତ୍ୟା ୟଶ । ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ଆଜି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ । ଅପରାହ୍ମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ଗୁରୁୁତ୍ଵପୂୂର୍ଣ୍ଣ ସମୀକ୍ଷା ବୈଠକ।ଏହି ବୈଠକରେ ୧୪ ଜିଲ୍ଲାର ଜିଲ୍ଲାପାଳ ଉପସ୍ଥିତ ରହିବେ । ଏଥିରେ ମୁଖ୍ୟ ଶାସନ ସଚିବଙ୍କ ସମେତ ସ୍ୱତନ୍ତ୍ର ରିଲିଫ କମିଶନର ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବେ ।ସେହିଭଳି ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକ ଅନୁଧ୍ୟାନ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ମତ୍ସ୍ୟଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ସଚେତନ କରାଯାଉଛି ।ଆବଶ୍ୟକତା ଅନୁସାରେ ଓଡ୍ରାଫ, ଏନଡିଆରଏଫକୁ ମୁତୟନ କରିବାକୁ ବ୍ୟବସ୍ଥା କରାଯାଉଛି । ଏପଟେ ବାତ୍ୟାକୁ ନେଇ କୌଣସି ପ୍ରକାର ଗୁଜବରେ ବିଶ୍ୱାସ ନକରିବାକୁ ଟ୍ୱିଟ କରି ସତର୍କ କରାଇ ଦେଇଛି ସୂଚନା ଓ ଲୋକସଂପର୍କ ବିଭାଗ । ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ସଜାଗ ଅଛନ୍ତି ।ତେବେ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ବାତ୍ୟା ୨୬ରେ ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଲ୍ୟାଣ୍ଡଫଲ୍ ହେବ ବୋଲି ଅନୁମାନ କରାଯାଉଛି ।